କଟକରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ
“ସୁରଭି ୨୦୨୪ “ଉଦ୍ଘାଟିତ |



କଟକ:—( ବିନୋଦ କୁମାର ଭୋଇ) କଟକ ରେଭେନ୍ସା କଲିଜିଏଟ୍ ସ୍କୁଲ ସଭାଗୃହରେ ଆଜି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ,”ସୁରଭି-୨୦୨୪” ଉଦଘାଟିତ ହୋଇଯାଇଛି। କଟକ ଜିଲ୍ଲା ଶିକ୍ଷା ଅଧୂକାରୀ ଡଃ ସନ୍ତୋଷ କୁମାର ରାଉତଙ୍କ ସଭାପତିତୋରେ ଅନୁଷ୍ଠିତ ଏହି ଶିଶୁ ମହୋତ୍ସବରେ କଟକ ମହାନଗର ନିଗମର ମେୟର ଶ୍ରୀ ସୁବାସ ସିଂ ଉଦଘାଟକ ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏଥିରେ  ମୂଖ୍ୟ ଅତିଥି ଭାବେ କଟକ ଜିଲ୍ଲାପରିଷଦ ଅଧ୍ୟକ୍ଷ  କିଶୋର ଚନ୍ଦ୍ର ମିଶ୍ର,   ମୂଖ୍ୟ ବକ୍ତା ଭାବେ କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ, ଏବଂ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ  ସୋନାମିକା ରାୟ, ମଣ୍ଡଳ ଶିକ୍ଷାଧିକାରୀ  ଅଭିଜିତା ଭାସ୍କର,  ରେଭେନ୍ସା କଲିଜିଏଟ୍ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଭାତୀ ପଣ୍ଡା,  ଜିଲ୍ଲା ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ନିରଞ୍ଜନ ସାହୁ, ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷ ରାମରାଜ ସିଂ, ବିଜେପିର  ଲଲାଟେନ୍ଦୁ ବଡୁ, ବାରଙ୍ଗ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ  ସୁଶାନ୍ତ କୁମାର ନାୟକ,  ପ୍ରମୁଖ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ମାଧ୍ୟମରେ ଛାତ୍ର ଛାତ୍ରୀମାନଙ୍କୁ ସୁରଭିତ ତଥା ଲୁକ୍କାୟିତ ପ୍ରତିଭାଙ୍କୁ କିପରି ଲୋକ ଲୋଚନକୁ ଆଣିବା ,”ସୁରଭି” ର ପ୍ରୟାସ ବୋଲି ମତ ପ୍ରକାଶ କରିଥିଲେ  । ରେଭେନ୍ସା କଲିଜିଏଟ୍ ସ୍କୁଲର ସଙ୍ଗୀତ ଗୁରୁ  ବିଶ୍ବନାଥ ମିଶ୍ରଙ୍କ ରଚିତ ସଙ୍ଗୀତ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା  ଗାୟନ କରାଯାଇଥିଲାବେଳେ ,ଏହି ମହୋତ୍ସବକୁ ଆହୁରି ଅଧିକ ସୁନ୍ଦର କରିବା ପାଇଁ କଟକ ଜିଲ୍ଲାର ବିଭିନ୍ନ ସ୍କୁଲରୁ ଆସିଥିବା ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା ।ଶେଷରେ  ସଂଗଠନର ସମ୍ପାଦିକା ସୁଶ୍ରୀ ପ୍ରଗତୀ ପଣ୍ଡା  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

  • Related Posts

    ହିନ୍ଦୋଳ ଉପଖଣ୍ଡ ସ୍ଥରୀୟ ସାମ୍ବାଦିକ ସଙ୍ଘ ବାର୍ଷିକ ଉଛବ , ମୁଖ୍ୟ ବକ୍ତା ଙ୍କ ଅଭିଭାଷଣ ସାମ୍ବାଦିକହେଉଛନ୍ତି ଦେଶର ଜାଗ୍ରତ ପ୍ରହରି, ସାମ୍ବାଦିକ ବିନା ରାଷ୍ଟ୍ର ଗଠନ ଅସମ୍ଭବ|

    ଢେଙ୍କାନାଳ:–(ସୁମନ୍ତ ଦେହୁରୀ)ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ତ ରାସୋଳ ସ୍ଥିତ ଦାମାନି ପ୍ଲାଜା ପରିସର ରେ ଶନିବାର  ହିନ୍ଦୋଳ ସାମ୍ବାଦିକ ସଂଘର ବାର୍ଷୋକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘର ସଭାପତି ସୁଶାନ୍ତ ପତିଙ୍କ ପୌରହିତ୍ୟରେ ଜାତୀୟ ପ୍ରେସ ଦିବସ ଅବସର ରେ…

    Read more

    କେନ୍ଦୁ ଘାଟି ରେ ଗାଡି ଓଲଟି ଜଣେ ମୃତ ଦୁଇ ଗୁରୁତର |

    ମୋହନା -( ଜିତେନ୍ଦ୍ର କୁମାର ବେହେରା)ମୋହନା ଥାନା କେନ୍ଦୁ ଘାଟି ରେ ଓଲଟିଲା ଟ୍ରାଭେଲାର ଗାଡ଼ି, ଜଣେ ମୃତ ୬ ଆହାତ। ଆହାତ ଙ୍କ ମଧ୍ୟରୁ ଦୁଇ ଗୁରୁତର ଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ୍ କୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ…

    Read more

    Leave a Reply

    Your email address will not be published. Required fields are marked *