କେନ୍ଦ୍ରାପଡ଼ା:–(ଦିପକ ମିଶ୍ର ପାଟକୁରା) କେନ୍ଦ୍ରାପଡ଼ା ଜିଲ୍ଲା କୋରୁଆ ମହିଳା ମହାବିଦ୍ୟାଳୟ ପରିସରରେ ମହିଳା ଶିଶୁ ବିକାଶ ବିଭାଗ ତଥା ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ମହକ ଓ ଉତ୍ସାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ର ଦୁଇ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନ ରେସ୍ବା ଓ ପଲ୍ଲୀ ଶ୍ରୀ ମହିଳା ସମିତି ର ସମସ୍ତ ଛାତ୍ରଛାତ୍ରୀ ଭାଗନେଇ ସେମାନଙ୍କ ମଧ୍ୟରେ ଥିବା ବିଭିନ୍ନ ପ୍ରତିଭା ପ୍ରଦର୍ଶନ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ସରକାରୀ ପଲିଟେକନିକ୍ ର ଅଧ୍ୟକ୍ଷ ଗୁଣନିଧି ପ୍ରଧାନ ଯୋଗ ଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଶିଶିର ରାଉତରାୟ, ସମ୍ମାନୀତ ଅତିଥି ଭାବେ ପୂର୍ବତନ ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷା ଭଗବତୀ ଦାସ,ପ୍ରଭାସ ଦାସ ଯୋଗ ଦେଇ ଶିଶୁ ଯତ୍ନ ଅନୁଷ୍ଠାନ ରେ ରହୁଥିବା ଶିଶୁ ମାନଙ୍କ ପ୍ରତିଭାର ବିକାଶ ନିମନ୍ତେ ଏହି ଭଳି କାର୍ଯ୍ୟକ୍ରମ ର ଆବଶ୍ୟକତା ରହିଛି। ଏବଂ ଭବିଷ୍ୟତ ଗଠନରେ ପେଷାଗତ ବୈଷୟିକ ଶିକ୍ଷା ର ଆବଶ୍ୟକତା ଜରୁରୀ ବୋଲି ମତ ରଖିଥିଲେ।ପରେ ଅତିଥି ମାନଙ୍କ ଦ୍ଵାରା କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଶିଶୁ ମଙ୍ଗଳ କମିଟିର ଓ ଶିଶୁ ସୁରକ୍ଷା ୟୁନିଟ ର ଅଧିକାରୀ ମାନେ ଏହାକୁ ପରିଚାଳନା କରିଥିଲେ।
ହିନ୍ଦୋଳ ଉପଖଣ୍ଡ ସ୍ଥରୀୟ ସାମ୍ବାଦିକ ସଙ୍ଘ ବାର୍ଷିକ ଉଛବ , ମୁଖ୍ୟ ବକ୍ତା ଙ୍କ ଅଭିଭାଷଣ ସାମ୍ବାଦିକହେଉଛନ୍ତି ଦେଶର ଜାଗ୍ରତ ପ୍ରହରି, ସାମ୍ବାଦିକ ବିନା ରାଷ୍ଟ୍ର ଗଠନ ଅସମ୍ଭବ|
ଢେଙ୍କାନାଳ:–(ସୁମନ୍ତ ଦେହୁରୀ)ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ତ ରାସୋଳ ସ୍ଥିତ ଦାମାନି ପ୍ଲାଜା ପରିସର ରେ ଶନିବାର ହିନ୍ଦୋଳ ସାମ୍ବାଦିକ ସଂଘର ବାର୍ଷୋକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘର ସଭାପତି ସୁଶାନ୍ତ ପତିଙ୍କ ପୌରହିତ୍ୟରେ ଜାତୀୟ ପ୍ରେସ ଦିବସ ଅବସର ରେ…
Read more